କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧ ଲକ୍ଷ ୧୪ ହାଜର ୪୬୦ ଆକ୍ରାନ୍ତ

Published: Jun 6, 2021, 11:29 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୧୪ ହଜାର ୪୬୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୬୭୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୮୮ ଲକ୍ଷ ୯ ହଜାର ୩୩୯ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୪୬ ହଜାର ୭୫୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୬୯ ଲକ୍ଷ ୮୪ ହଜାର ୭୮୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧୪ ଲକ୍ଷ ୭୭ ହଜାର ୭୯୯ ଆକ୍ଟିଭ୍‌ କେସ୍ ରହିଛି।

Related posts