
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୯୨ ହଜାର ୫୯୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୨୧୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୯୦ ଲକ୍ଷ ୮୯ ହଜାର ୬୯ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୫୩ ହଜାର ୫୨୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୭୫ ଲକ୍ଷ ୪ ହଜାର ୧୨୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧୨ ଲକ୍ଷ ୩୧ ହଜାର ୪୧୫ ଆକ୍ଟିଭ୍ କେସ୍ ରହିଛି।
Tags: କରୋନା ଅପଡେଟ୍, କରୋନା ପଜିଟିଭ