ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୪୮୫: ସୁସ୍ଥ ହେଲେ ୧୦୦୪ କରୋନା ଆକ୍ରାନ୍ତ

Published: Jun 11, 2021, 7:47 pm IST

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୪୮୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୩୮୩ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୩ ହଜାର ୧୭୦ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୭୭ ହଜାର ୨୪୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫ ହଜାର ୫୩୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୩୭୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts