ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୭ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୩୨୫୭ କୁ ବୃଦ୍ଧି

Published: Jun 12, 2021, 2:27 pm IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୨୫୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ, କଟକ ଜିଲ୍ଲାରୁ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ ଓ ବରଗଡ ଜିଲ୍ଲାରୁ ୪ ଜଣ ଲେଖାଏଁ,  ବୌଦ୍ଧ, ଭଦ୍ରକ, ଢେଙ୍କାନାଳ, ଗଞ୍ଜାମ, ନୟାଗଡ  ଏବଂ ବାଲେଶ୍ଵର ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି କେନ୍ଦ୍ରାପଡା, ପୁରୀ ଓ ଜଗତସିଂହପୁର ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଯାଜପୁର,  ରାୟଗଡା, ସୁନ୍ଦରଗଡ ଓ ବଲାଙ୍ଗୀରି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୪୭ ହଜାର ୩୧୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୭ ଲକ୍ଷ ୮୧ ହଜାର ୪୮୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୨ ହଜାର ୫୧୫ ଜଣ। ସେହିଭଳି ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୫୭ ରେ ପହଞ୍ଚିଛି।

Related posts