ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୪ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୩୩୪୬ କୁ ବୃଦ୍ଧି

Published: Jun 14, 2021, 10:49 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୩୪୬ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ଵର, କଟକ, ଜଗତସିଂହପୁର, କେନ୍ଦ୍ରାପଡା, କେନ୍ଦୁଝର, ବରଗଡ, ପୁରୀ, ରାୟଗଡା ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଅନୁଗୁଳ, ନୟାଗଡ ଓ କଳାହାଣ୍ଡି ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବଲାଙ୍ଗୀରି, ଢେଙ୍କାନାଳ, ଗଞ୍ଜାମ, ଝାରସୁଗୂଡା, ସମ୍ବଲପୁର ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୫୬ ହଜାର ୧୨୨୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୭ ଲକ୍ଷ ୯୬ ହଜାର ୭୯୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫୯ ହଜାର ୩୬୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୩୪୬ କୁ ବୃଦ୍ଧି ହୋଇଛି।

Related posts