Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ କୋଭିଡ୍ ହସ୍ପିଟାଲ୍‌ରେ ଗୁରୁତର ବାଳିକାଙ୍କର ସଫଳ ଅସ୍ତ୍ରୋପଚାର
ଆଜିର ଖବର

ସମ୍ କୋଭିଡ୍ ହସ୍ପିଟାଲ୍‌ରେ ଗୁରୁତର ବାଳିକାଙ୍କର ସଫଳ ଅସ୍ତ୍ରୋପଚାର

June 14, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସମ୍ କୋଭିଡ ହସ୍ପିଟାଲ୍‌ରୁ ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇ ଘରକୁ ଫେରିବାର ତାଲିକା ବେଶ ଲମ୍ବା। ଅନେକ ଗୁରୁତର ବ୍ୟକ୍ତି ସୁସ୍ଥ ହେଉଥିବା ବେଳେ ଭେଂଟିଲେଟର୍‌ରୁ ବାହାରି ସମ୍ପୂର୍ଣ୍ଣ ଭଲ ହୋଇ ଫେରିବାର ମଧ୍ୟ ଅନେକ ନଜିର ରହିଛି। ଏପରିକି ପରିଣତ ବୟସରେ ପହଂଚିଥିବା ଅନେକ ବୟୋଜ୍ୟେଷ୍ଠ ବରିଷ୍ଠ ନାଗରିକ ମଧ୍ୟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ କେବଳ କୋଭିଡ ସଂକ୍ରମିତ ନୁହଁନ୍ତି, ସଂକ୍ରମଣ ସହ ଅନ୍ୟାନ୍ୟ ଗୁରୁତର ସ୍ୱାସ୍ଥ୍ୟ ଜନିତ ସମସ୍ୟା ଥିବା ରୋଗୀମାନେ ମଧ୍ୟ ସମ୍ କୋଭିଡ୍‌ରେ ଚିକିତ୍ସିତ ହୋଇ ଘରକୁ ଫେରିଛନ୍ତି।

ଏହି କ୍ରମରେ ଜଣେ ୧୪ ବର୍ଷୀୟା ବାଳିକାକୁ ମଧ୍ୟ ଗୁରୁତର ସ୍ୱାସ୍ଥ୍ୟ ସମସ୍ୟାରୁ ସୁସ୍ଥ କରିପାରିଛନ୍ତି ସମ୍ କୋଭିଡ୍ ଟିମ୍। ଭୁବନେଶ୍ୱର ପାତ୍ରପଡା ଅଂଚଳର ୧୪ ବର୍ଷୀୟା ସଂଯୁକ୍ତା ଖିଲାର ଗତ ମେ ୨୫ ତାରିଖରେ କରୋନା ସଂକ୍ରମିତ ହୋଇ ସମ୍ କୋଭିଡ୍ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ତାଙ୍କର ସିକଲ୍‌ସେଲ୍ ରୋଗର ସମସ୍ୟା ନେଇ ସେ ପ୍ରଥମେ ସମ୍ ହସ୍ପିଟାଲ୍‌କୁ ଚିକିତ୍ସା ପାଇଁ ଆସିଥିବା ବେଳେ ସେଠାରେ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଥିଲେ। ତା’ପରେ ତାଙ୍କୁ ତୁରନ୍ତ ସମ୍ କୋଭିଡ୍ ହସ୍ପିଟାଲ୍‌ରେ ଭର୍ତି କରାଯାଇଥିଲା।

ସଂଯୁକ୍ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବା ବେଳେ ବିଭିନ୍ନ ପରୀକ୍ଷା ନିରୀକ୍ଷାରୁ ତାଙ୍କର ତଳିପେଟରେ ଆପେଣ୍ଡିସାଇଟିସ୍ ରେ ଗୁରୁତର ସଂକ୍ରମଣ ହୋଇଥିବା ଜଣାପଡ଼ିଥିଲା। ଏହିଭଳି ଅବସ୍ଥା ଦେଖି ତାଙ୍କର ତୁରନ୍ତ ଅପରେସନ୍ ପାଇଁ ନିଷ୍ପତି ନେଇଥିଲେ ଡାକ୍ତରୀ ଟିମ୍।
ସମ୍ କୋଭିଡ୍ ହସ୍ପିଟାଲ୍‌ରେ ହିଁ ସଂପୃକ୍ତ ବାଳିକାଙ୍କର ଅସ୍ତ୍ରୋପଚାର କରାଯାଇଥିଲା। ସମ୍ ହସ୍ପିଟାଲ୍‌ର ଶିଶୁ ଶଲ୍ୟ ବିଭାଗର ଡାକ୍ତର ଲଳିତ ପରିଡା ଏବଂ ନବଜାତ ଶିଶୁରୋଗ ବିଭାଗର ଡାକ୍ତର ଜଗଦୀଶ ପ୍ରସାଦ ସାହୁଙ୍କ ତତ୍ୱାବଧାନରେ ଏହି ସର୍ଜରୀ କରାଯାଇଥିଲା। ତାଙ୍କର ଚିକିତ୍ସାରେ ପଲ୍‌ମୁନାରୀ ମେଡିସିନ୍ ବିଭାଗର ଡାକ୍ତର ପ୍ରିୟଦର୍ଶିନୀ ବେହେରା ମଧ୍ୟ ଯୋଗ ଦେଇଥିଲେ।

ସର୍ଜରୀରେ ସମ୍ କୋଭିଡ୍ ଟିମ୍‌ର ଡାକ୍ତର, ନର୍ସ ଓ ସ୍ୱାସ୍ଥ୍ୟ ସେବୀ କର୍ମୀମାନେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ। ପ୍ରାୟ ୧୪ ଦିନ ସମ୍ କୋଭିଡ୍ ହସ୍ପିଟାଲ୍‌ରେ ଓ ପରବର୍ତୀ ସମୟରେ ସମ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହୋଇ କୋଭିଡ୍ ମୁକ୍ତ ହେବା ସହ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ସଂଯୁକ୍ତା।

ସେ ସୁସ୍ଥ ହୋଇ ଘରକୁ ଫେରିବା ପରେ ସମ୍ କୋଭିଡ୍ ଟିମ୍ ଓ ତାଙ୍କର ଅସ୍ତ୍ରୋପଚାର କରିଥିବା ଡାକ୍ତରମାନଙ୍କୁ କୃତଜ୍ଞତା ଜଣାଇବା ସହ ଖୁସି ବ୍ୟକ୍ତ କରିଛନ୍ତି ସଂଯୁକ୍ତାଙ୍କ ପରିବାର।

ସଫଳ ଅସ୍ତ୍ରୋପଚାର ସମ୍ କୋଭିଡ୍ ହସ୍ପିଟାଲ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026

ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୫୦୦ ଟଙ୍କା ବଢ଼ିପାରେ ମାସିକ ପେନସନ

October 11, 2026

୧୫ ଅକ୍ଟୋବର ଶେଷ ତାରିଖ: PF ଜମାରେ ବିଳମ୍ବ କଲେ କମ୍ପାନୀ ଉପରେ ଲାଗିବ ସୁଧ ଓ ଜରିମାନା, ଜାଣନ୍ତୁ ECR ନିୟମ

October 11, 2026

ସିଏସ୍‌ଆର୍ ଓ ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟର ସମୀକ୍ଷା କଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

October 11, 2026
Latest News

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026

ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୫୦୦ ଟଙ୍କା ବଢ଼ିପାରେ ମାସିକ ପେନସନ

October 11, 2026

୧୫ ଅକ୍ଟୋବର ଶେଷ ତାରିଖ: PF ଜମାରେ ବିଳମ୍ବ କଲେ କମ୍ପାନୀ ଉପରେ ଲାଗିବ ସୁଧ ଓ ଜରିମାନା, ଜାଣନ୍ତୁ ECR ନିୟମ

October 11, 2026

ସିଏସ୍‌ଆର୍ ଓ ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟର ସମୀକ୍ଷା କଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

October 11, 2026

ମା’ ସମଲେଶ୍ୱରୀଙ୍କ ଦର୍ଶନ କଲେ ରାଜ୍ୟପାଳ, ବୁଲି ଦେଖିଲେ ହୀରାକୁଦ ଡ୍ୟାମ୍

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.