
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୬୨ ହଜାର ୨୨୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୫୪୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୯୬ ଲକ୍ଷ ୩୩ ହଜାର ୧୦୫ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୭୯ ହଜାର ୫୭୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୮୩ ଲକ୍ଷ ୮୮ ହଜାର ୧୦୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୮ ଲକ୍ଷ ୬୫ ହଜାର ୪୩୨ ଆକ୍ଟିଭ୍ କେସ୍ ରହିଛି।