ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୩୭ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୩୫୦୭ କୁ ବୃଦ୍ଧି

Published: Jun 18, 2021, 10:20 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୩୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୩୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୫୦୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ, ଝାରସୁଗୁଡା, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, ବରଗଡ, ସୁନ୍ଦରଗଡ ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବଲାଙ୍ଗୀରି, କେନ୍ଦ୍ରାପଡା, ରାୟଗଡା ଓ ଦେବଗଡ ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗଜପତି, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୦ ହଜାର ୪୯୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୨୩ ହଜାର ୫୯୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪୩ ହଜାର ୩୩୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୫୦୭ କୁ ବୃଦ୍ଧି ହୋଇଛି।

Related posts