
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୬୦ ହଜାର ୭୫୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧ ହଜାର ୬୪୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୯୮ ଲକ୍ଷ ୨୩ ହଜାର ୫୪୬ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୮୫ ହଜାର ୧୩୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୮୬ ଲକ୍ଷ ୭୮ ହଜାର ୩୯୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୭ ଲକ୍ଷ ୬୦ ହଜାର ୧୯ ଆକ୍ଟିଭ୍ କେସ୍ ରହିଛି।