ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୦ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୩୫୮୯ କୁ ବୃଦ୍ଧି

Published: Jun 20, 2021, 10:07 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୦ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୫୮୯ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ବରଗଡ, କଟକ ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କୋରାପୁଟ, ମୟୂରଭଞ୍ଜ, ରାୟଗଡା ଜିଲ୍ଲାରୁ ୪ ଜଣ ଲେଖାଏଁ, ଗଞ୍ଜାମ, ଖୋର୍ଦ୍ଧା ଓ ଝାରସୁଗୁଡା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବଲାଙ୍ଗୀରି, ସୁନ୍ଦରଗଡ ଓ ପୁରୀ ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, ନୟାଗଡ ଓ ମାଲକାନାଗିରି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୭ ହଜାର ୫୦୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୩୫ ହଜାର ୧୩୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୮ ହଜାର ୭୨୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୫୮୯ କୁ ବୃଦ୍ଧି ହୋଇଛି।

Related posts