Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ସୋଆ’ର ସର୍ଭେ: ଯୋଗକୁ ଗୁରୁତ୍ୱ ଦେଉନାହାନ୍ତି ରାଜଧାନୀବାସୀ
ଆଜିର ଖବର

‘ସୋଆ’ର ସର୍ଭେ: ଯୋଗକୁ ଗୁରୁତ୍ୱ ଦେଉନାହାନ୍ତି ରାଜଧାନୀବାସୀ

June 20, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସାରା ବିଶ୍ୱରେ ବର୍ତ୍ତମାନ ଯୋଗକୁ ଗୁରୁତ୍ୱ ଦିଆ ଯାଉଥିବା ବେଳେ ଏହା ସାହାଯ୍ୟରେ ସବୁ ବୟସର ବ୍ୟକ୍ତି ବିଶେଷଙ୍କୁ ବିଭିନ୍ନ ରୋଗରୁ ଦୁରେଇ ରଖିବା ନିମନ୍ତେ ଭାରତରେ ଚିନ୍ତା କରାଯାଉଛି। ଏହାସତ୍ତ୍ୱେ ସହରାଂଚଳ ବାସୀଙ୍କ ମଧ୍ୟରେ ଏହି ଅଭ୍ୟାସ ଆଦୃତ ହୋଇ ପାରି ନାହିଁ ବୋଲି ଏକ ସର୍ଭେରୁ ଜଣା ପଡିଛି।

ଭୁବନେଶ୍ୱରରେ ମାତ୍ର ୧୭ ପ୍ରତିଶତ ଲୋକ ‘ଆସନ’, ‘ପ୍ରାଣାୟାମ ‘ ବା ‘ଧ୍ୟାନ’ କରୁଥିବା ବେଳେ ୧୦.୭ ପ୍ରତିଶତ ଲୋକ ଯୋଗର ବିଭିନ୍ନ ଅଭ୍ୟାସ କରିଥାନ୍ତି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲର କମ୍ୟୁନିଟି ମେଡ଼ିସିନ ବିଭାଗ ପକ୍ଷରୁ କରାଯାଇଥିବା ସର୍ଭେରୁ ଜଣାପଡିଛି।
ଡ଼ଃ ସତ୍ୟଜିତ ମହାନ୍ତି, ଡ଼ଃ ସନ୍ଦୀପ କୁମାର ପାଣିଗ୍ରାହୀ ଓ ଡ଼ଃ ଜ୍ୟୋତି ରଞ୍ଜନ ସାହୁଙ୍କ ଦ୍ଵାରା ଭୁବନେଶ୍ୱରର ୧୨୦୦ ରୁ ଅଧିକ ଲୋକଙ୍କୁ ନେଇ ଏହି ସାମ୍ପଲ ଷ୍ଟଡି କରାଯାଇଛି।

ନିକଟରେ ଭାରତର ବିଭିନ୍ନ ରାଜ୍ୟ ର ରାଜଧାନୀ ଗୁଡ଼ିକ ମଧ୍ୟରେ ଭୁବନେଶ୍ଵର ଶ୍ରେଷ୍ଠ ୪ଟି ବାସପଯୋଗୀ ସହର ମଧ୍ୟରେ ସ୍ଥାନିତ ହୋଇଛି।

ଏହି ସର୍ଭେରୁ ଜଣାପଡିଛି ଯେ ପୁରୁଷ ମାନଙ୍କ ଅପେକ୍ଷା ଭୁବନେଶ୍ୱରରେ ମହିଳା ମାନେ ଅଧିକ ସଂଖ୍ୟାରେ ଯୋଗାଭ୍ୟାସ କରୁଛନ୍ତି। ତେବେ ଅଧିକ ଶିକ୍ଷାଗତ ଯୋଗ୍ୟତା ଥିବା ଲୋକମାନେ ଯୋଗାଭ୍ୟାସ କୁ ଗ୍ରହଣ କରିବା ନିମନ୍ତେ ଅଧିକ ଆଗ୍ରହୀ ବୋଲି କହିଛନ୍ତି କମ୍ୟୁନିଟି ମେଡ଼ିସିନ ବିଭାଗର ପ୍ରଫେସର ଇ. ଭେଙ୍କଟ ରାଓ।

ଯୋଗର ଗ୍ରହଣୀୟତା କ୍ଷେତ୍ରରେ ଭାରତରେ ଏହା ଦ୍ଵିତୀୟ ସର୍ଭେ ବୋଲି ପ୍ରଫେସର ରାଓ ସୂଚନା ଦେଇ ପୂର୍ବ ସର୍ଭେ ଅନୁଯାୟୀ ପୂର୍ବ ଭାରତର ସହରାଞ୍ଚଳରେ ବାସ କରୁଥିବା ଲୋକଙ୍କ ମଧ୍ୟରୁ ମାତ୍ର ୫.୩ ପ୍ରତିଶତ ଯୋଗକୁ ଗୁରୁତ୍ୱ ଦେଉଥିବା ଜଣା ପଡିଥିଲା ବୋଲି କହିଛନ୍ତି।

ସଦ୍ୟତମ ସର୍ଭେରୁ ଜଣାପଡିଛି ଯେ ଉଚ୍ଚ ସାମାଜିକ ଓ ଅର୍ଥନୈତିକ ବର୍ଗର ବ୍ୟକ୍ତି ମାନେ ଯୋଗାଭ୍ୟାସ ନିମନ୍ତେ ବିଶେଷ ଆଗ୍ରହ ଦେଖାଉ ନାହାନ୍ତି। ତେବେ ଯେଉଁମାନେ ଯୋଗ କରୁଛନ୍ତି ସେମାନେ ଶାରୀରିକ ଭାବେ ସୁସ୍ଥ ଅଛନ୍ତି ଏବଂ ଭୁବନେଶ୍ବରରେ ୪୯ ପ୍ରତିଶତ ଡାକ୍ତର ତାଙ୍କ ରୋଗୀ ମାନଙ୍କୁ ଶାରୀରିକ ବ୍ୟାୟାମ ଭାବେ ଯୋଗାଭ୍ୟାସ କରିବାକୁ ପରାମର୍ଶ ଦେଉଛନ୍ତି।

ବୈଦିକ ଯୁଗରେ ଯୋଗର ଉତ୍ପତି ହୋଇଥିବା ବେଳେ ୨୦୧୫ ମସିହାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତିସଂଘରେ ସୁସ୍ଥତା ଓ ଜନକଲ୍ୟାଣ ନିମନ୍ତେ ଯୋଗର ଉପଯୋଗୀତା ଉପରେ ଗୁରୁତ୍ୱାରୋପ କରିବା ପରେ ସାରା ବିଶ୍ୱରେ ଏହା ପରିବ୍ୟାପ୍ତ ହୋଇଥିଲା। ଏହା ଛଡ଼ା ଜୁନ ୨୧ ତାରିଖକୁ ବିଶ୍ୱ ଯୋଗ ଦିବସ ଭାବେ ପାଳନ କରାଯାଉଛି।

‘ଫିଟ ଇଣ୍ଡିଆ’ କାର୍ଯ୍ୟକ୍ରମରେ ଯୋଗ କୁ ଅନ୍ୟତମ ଶାରୀରିକ ଅଭ୍ୟାସ ଭାବେ ଉଦ୍ଦିଷ୍ଟ କରାଯାଇଛି।

କୋଭିଡ ମହାମାରୀ ସାରା ମାନବ ସମାଜକୁ ସ୍ତବ୍ଧ କରିରଖିଥିବା ବେଳେ କୋଭିଡ ପରବର୍ତ୍ତୀ ଚିକିତ୍ସାରେ ଯୋଗର ଏକ ପ୍ରମୁଖ ଭୂମିକା ରହୁଛି ଏବଂ ଏ ଦିଗରେ ସଚେତନତାର ଆବଶ୍ୟକତା ରହିଛି।

ଆଠଟି ଯୋଗାଭ୍ୟାସ ମଧ୍ୟରୁ ଆସନ, ପ୍ରାଣାୟାମ ଏବଂ ଧ୍ୟାନ ଯୋଗର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଅଭ୍ୟାସ ହୋଇଥିବା ବେଳେ ଅନେକ କ୍ଷେତ୍ରରେ କେବଳ ଆସନ କୁ ହିଁ ଯୋଗ ଭାବେ ଗଣା ଯାଉଛି। ତେବେ ଯୋଗାଭ୍ୟାସ ମଣିଷର ଉଭୟ ଶରୀର ଓ ମନ ଉପରେ ପ୍ରଭାବ ପକାଉ ଥିବା ସ୍ପଷ୍ଟ। ଉଚ୍ଚ ରକ୍ତ ଚାପ, ମଧୁମେହ, ବିଭିନ୍ନ ଯକୃତ ଜନିତ ସମସ୍ୟା, ଆଣ୍ଠୁଗଣ୍ଠି ସମସ୍ୟା, ଅଣ୍ଟା ଯନ୍ତ୍ରଣା, ଏବଂ ମାନସିକ ସମସ୍ୟାର ଉପଚାର ନିମନ୍ତେ ମଧ୍ୟ ଯୋଗ ଏକ ପ୍ରକୃଷ୍ଟ ମାଧ୍ୟମ।

ଗୁରୁତର ସ୍ୱାସ୍ଥ୍ୟ ସମସ୍ୟାରୁ ସୁସ୍ଥ ହେବା ନିମନ୍ତେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରତ୍ୟେକ ଦିନ ୩୦ ମିନିଟ ର ବ୍ୟାୟ।ମ ନିମନ୍ତେ ପରାମର୍ଶ ଦିଆଯାଇଥିବା ବେଳେ ଯୋଗ ଏକ ଉତ୍କୃଷ୍ଟ ମାଧ୍ୟମ ବୋଲି ଏହି ରିପୋର୍ଟ ରେ ଉଲ୍ଲେଖ କରାଯାଇଛି।

ଯୋଗ ରାଜଧାନୀ
Share. Facebook Twitter LinkedIn Email WhatsApp Copy Link

Related Posts

ଭିଡ଼ିଓ ବାର୍ତ୍ତା ଜରିଆରେ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

April 1, 2026

ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

April 1, 2026

ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

April 1, 2026

ପୁଣି ବଢିଲା ଏଲପିଜି ମୂଲ୍ୟ: ଜାଣନ୍ତୁ କେତେ?

April 1, 2026
Latest News

ଭିଡ଼ିଓ ବାର୍ତ୍ତା ଜରିଆରେ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

April 1, 2026

ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

April 1, 2026

ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

April 1, 2026

ପୁଣି ବଢିଲା ଏଲପିଜି ମୂଲ୍ୟ: ଜାଣନ୍ତୁ କେତେ?

April 1, 2026

ରାସାୟନିକ ପଦାର୍ଥରେ ତିଆରି ଆଇସକ୍ରିମ ଏବଂ ଲସି କାରଖାନା ଠାବ: ମାଲିକ ଗିରଫ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.