ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୩ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୩୬୩୨ କୁ ବୃଦ୍ଧି

Published: Jun 21, 2021, 10:50 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୩ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୬୩୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୭ ଜଣ, ବରଗଡ, କଟକ ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଝାରସୁଗୁଡା, ପୁରୀ ଜିଲ୍ଲାରୁ ୪ ଜଣ ଲେଖାଏଁ, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବଲାଙ୍ଗୀରି, ସମ୍ବଲପୁର, ସୁନ୍ଦରଗଡ ଓ ବୌଦ୍ଧ ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଳାହାଣ୍ଡି, କେନ୍ଦ୍ରାପଡା, ରାୟଗଡା ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୮୦ ହଜାର ୫୩୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୪୦ ହଜାର ୨୧୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୬ ହଜାର ୬୩୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୬୩୨ କୁ ବୃଦ୍ଧି ହୋଇଛି।

Related posts