ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୩୮ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୩୬୭୦ କୁ ବୃଦ୍ଧି

Published: Jun 22, 2021, 11:26 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୩୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୩୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୬୭୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୬ ଜଣ, ବରଗଡ, କଟକ ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୟୂରଭଞ୍ଜ, ପୁରୀ ଜିଲ୍ଲାରୁ ୪ ଜଣ ଲେଖାଏଁ ଏବଂ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଜଗତସିଂହପୁର ଓ ଝାରସୁଗୁଡା ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ, କେନ୍ଦୁଝର, କୋରାପୁଟ, ସୁନ୍ଦରଗଡ ଓ ଦେବଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୮୩ ହଜାର ୪୯୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୪୪ ହଜାର ୮୦୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୪ ହଜାର ୯୬୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୬୭୦ କୁ ବୃଦ୍ଧି ହୋଇଛି।

Related posts