Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବଜାତ ଶିଶୁକୁ କୋଭିଡରୁ ସୁସ୍ଥ କଲେ ସମ୍ ଅଲ୍ଟିମେଟ ମେଡିକେୟାରର ଡାକ୍ତର
ଆଜିର ଖବର

ନବଜାତ ଶିଶୁକୁ କୋଭିଡରୁ ସୁସ୍ଥ କଲେ ସମ୍ ଅଲ୍ଟିମେଟ ମେଡିକେୟାରର ଡାକ୍ତର

June 23, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କୋଭିଡ୍ ପଜିଟିଭ୍ ମା’ଙ୍କ ଠାରୁ ଜନ୍ମ ଗ୍ରହଣ କରିବା ପରେ କରୋନା ସଂକ୍ରମିତ ହୋଇଥିବା ମାତ୍ର ୧ ସପ୍ତାହର ନବଜାତ ଶିଶୁକୁ ସୁସ୍ଥ କଲେ ସମ୍ ଅଲ୍ଟିମେଟ୍ ମେଡିକେୟାରର ଡାକ୍ତର। ଏକ ଘରୋଇ ଡାକ୍ତରଖାନାରେ ଜନ୍ମନେଇଥିବା ଶିଶୁଟି ମାଙ୍କ ଠାରୁ କୋଭିଡ ସଂକ୍ରମିତ ହୋଇ ଗୁରୁତର ଅବସ୍ଥାରେ ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଭର୍ତ୍ତି ହୋଇଥିଲା।

ଡାକ୍ତରମାନେ ତାର ଜୀବନ ରକ୍ଷା କରିବା ପାଇଁ ଆପ୍ରାଣ ଉଦ୍ୟମ କରିବା ସହ ଉତ୍ତମ ଚିକିତ୍ସା ପ୍ରଦାନ କରି ଶିଶୁଟିକୁ ସୁସ୍ଥ କରିପାରିଛନ୍ତି। ୩୩ ସପ୍ତାହ ଗର୍ଭବତୀ ଥିବା କୋଭିଡ୍ ପଜିଟିଭ ଚିହ୍ନଟ ହୋଇଥିବା ମା ଠାରୁ ଶିଶୁଟି ଜନ୍ମ ଗ୍ରହଣ କରିଥିଲା। ଶିଶୁଟି ଜନ୍ମହେବାପରେ କାନ୍ଦିଥିଲା ଏବଂ ତାକୁ ମା ନିକଟକୁ ଅଣାଯାଇଥିଲା। ତେବେ ଏହାର ଦ୍ୱିତୀୟ ଦିନରେ ମା’ଙ୍କର ଅବସ୍ଥା ଗୁରୁତର ହୋଇପଡ଼ିଥିଲା, ସେପଟେ ଶିଶୁଟି ମଧ୍ୟ ଅସୁସ୍ଥ ହେବା ସହ ତାକୁ ନିଶ୍ୱାସ ନେବାରେ ସମସ୍ୟା ସୃଷ୍ଟି ହୋଇଥିଲା ଏବଂ ତାକୁ ତୁରନ୍ତ ଏନଆଇସିୟୁରେ ଭର୍ତ୍ତି କରାଯାଇଥିଲା ।

ମା’ କୁ ତୁରନ୍ତ ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଭର୍ତ୍ତି କରାଯାଇ ଭେଂଟିଲେଟରରେ ରଖାଯାଇଥିଲା। ଶିଶୁଟିର ଅବସ୍ଥା ମଧ୍ୟ ଗୁରୁତର ହୋଇପଡ଼ିବାରୁ ତାକୁ ମଧ୍ୟ ସମ୍ ଅଲ୍ଟିମେଟ୍ ଅଣାଯାଇଥିଲା। ହସ୍ପିଟାଲର ପେଡିୟାଟ୍ରିକ ଓ ନିଓନଟୋଲୋଜି ବିଭାଗର ଆସୋସିଏଟ କନସଲଟାଂଟ ଡ. ବିଚିତ୍ରାନନ୍ଦ ରାଉତ ଏବଂ ତାଙ୍କ ଟିମ୍ ଶିଶୁଟିର ଚିକିତ୍ସା ଆରମ୍ଭ କରିବା ସହ ପରୀକ୍ଷା ନିରୀକ୍ଷା କରିଥିଲେ।

ତେବେ କୋଭିଡ ସଂକ୍ରମଣ ହେବାପରେ ଶିଶୁମାନଙ୍କ କ୍ଷେତ୍ରରେ ନିଓନାଟାଲ ମଲ୍ଟିସିଷ୍ଟମ ଇନଫ୍ଲାମାଟୋରୀ ସିଣ୍ଡ୍ରୋମ ଭଳି ବିରଳ ଅବସ୍ଥା ଏହି ଶିଶୁଠାରେ ଦେଖାଦେଇଥିବା ଜଣାପଡ଼ିଥିଲା। ପ୍ରାୟତଃ ନବଜାତ କୋଭିଡ ସଂକ୍ରମିତ ଶିଶୁମାନଙ୍କ କ୍ଷେତ୍ରରେ କୌଣସି ଲକ୍ଷଣ ଦେଖାଯାଇନଥାଏ ଅଥବା ସାମାନ୍ୟ ଲକ୍ଷଣ ସୃଷ୍ଟି ହୋଇଥାଏ।

ତେବେ ଅତ୍ୟଧିକ ଲକ୍ଷଣ ଅଥବା ନିଓନାଟାଲ ଏମଆଇଏସସି ଦେଖାଯିବା ଖୁବ୍ ବିରଳ
ବୋଲି ଡାକ୍ତର ରାଉତ କହିଛନ୍ତି । ଶିଶୁଟି ଉତମ ଚିକିତ୍ସା ପାଇବା ପରେ ମାତ୍ର ଦୁଇ ଦିନ ମଧ୍ୟରେ ହସ୍ପିଟାଲରୁ ଡିସଚାର୍ଜ ହେବାରେ ସକ୍ଷମ ହୋଇଛି। ଚିକିତ୍ସା କରିବାର ଦ୍ୱିତୀୟ ଦିନରେ ହିଁ ଶିଶୁଟି ଖାଦ୍ୟ ଖାଇପାରିଥିଲାବୋଲି ଡାକ୍ତର ରାଉତ କହିଛନ୍ତି।

ସୂଚନାଯୋଗ୍ୟ ଯେ ଶିଶୁଟିର ମା’ଙ୍କର ସ୍ୱାସ୍ଥ୍ୟାବସ୍ଥାରେ ମଧ୍ୟ ସୁଧାର ଆସୁଛି ଏବଂ ବର୍ତ୍ତମାନ ତାଙ୍କୁ ଭେଂଟିଲେଟରରୁ ବାହାରକୁ ଅଣାଯାଇଥିବା ଜଣାପଡ଼ିଛି।

କରୋନା ସଂକ୍ରମିତ ନବଜାତ ଶିଶୁ ସମ୍ ଅଲ୍ଟିମେଟ ମେଡିକେୟାର
Share. Facebook Twitter LinkedIn Email WhatsApp Copy Link

Related Posts

ବୁଡ଼ିଗଲା ବୋଟ୍‌, ୧୦୯ ମୃତ

October 11, 2026

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ବନ୍ଦେମାତରମ୍ ଶିବିର ୨୦୨୬ ଉଦଘାଟନୀ ସମାରୋହ

October 11, 2026

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ରେ ନେଇପାରେ ଲଘୁଚାପ ରୂପ

October 11, 2026

ମା’ ଗଡ଼ଚଣ୍ଡୀଙ୍କ ପୀଠରେ ଆରମ୍ଭ ହେଲା ଷୋଡ଼ଶ ଉପଚାର ପୂଜା

October 11, 2026
Latest News

ବୁଡ଼ିଗଲା ବୋଟ୍‌, ୧୦୯ ମୃତ

October 11, 2026

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ବନ୍ଦେମାତରମ୍ ଶିବିର ୨୦୨୬ ଉଦଘାଟନୀ ସମାରୋହ

October 11, 2026

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ରେ ନେଇପାରେ ଲଘୁଚାପ ରୂପ

October 11, 2026

ମା’ ଗଡ଼ଚଣ୍ଡୀଙ୍କ ପୀଠରେ ଆରମ୍ଭ ହେଲା ଷୋଡ଼ଶ ଉପଚାର ପୂଜା

October 11, 2026

ବନ ବିଭାଗ ଚଢ଼ାଉ: ୧୧୩୦ଟି ବଜ୍ରକାପ୍ତା କାତି ଜବତ, ୩ ଗିରଫ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.