ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୪ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୩୭୬୦ କୁ ବୃଦ୍ଧି

Published: Jun 24, 2021, 12:20 pm IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୭୬୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୯ ଜଣ, ବରଗଡ, କଟକ ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, ପୁରୀ ଜିଲ୍ଲାରୁ ୪ ଜଣ ଲେଖାଏଁ, ସୁନ୍ଦରଗଡ, ଗଞ୍ଜାମ ଓ କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ନୟାଗଡ, ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବୌଦ୍ଧ, ଭଦ୍ରକ, ଢେଙ୍କାନାଳ ଓ ମାଲକାନାଗିରି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୯୦ ହଜାର ୫୯୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୫୩ ହଜାର ୧୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୩ ହଜାର ୭୭୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୭୬୦ କୁ ବୃଦ୍ଧି ହୋଇଛି।

Related posts