
ଭୁବନେଶ୍ଵର: କରୋନା କାଳରେ ରାଜ୍ୟରେ କ୍ଷତିଗ୍ରସ୍ତ ହୋଇଥିବା ଦୁଗ୍ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବଡ ଘୋଷଣା କରିଛନ୍ତି। ପ୍ରତ୍ୟେକ ଦୁଗ୍ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ କୋଭିଡ ସହାୟତା ଘୋଷଣା କରିଛନ୍ତି।
ସେଥିପାଇଁ ପ୍ରତି ଚାଷୀଙ୍କୁ ୬ ହଜାର ଲେଖାଏଁ ଆର୍ଥିକ ସହାୟତା ମିଳିବ। ଗୋ ଖାଦ୍ୟ ବାବଦକୁ ପ୍ରତ୍ୟେକ ଦୁଗ୍ଧ ଚାଷୀଙ୍କୁ ଏହି ସହାୟତା ରାଶି ମିଳିବ। ଏଥିରେ ପ୍ରାୟ ୧ ଲକ୍ଷ ୨୦ ହଜାର ଦୁଗ୍ଧ ଚାଷୀ ଉପକୃତ ହେବେ।