ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୭ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୩୮୪୭ କୁ ବୃଦ୍ଧି

Published: Jun 26, 2021, 10:07 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୮୪୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ନୟାଗଡ, ବରଗଡ, କଟକ ଜିଲ୍ଲାରୁ ୫ ଜଣ ଲେଖାଏଁ, ଗଞ୍ଜାମ, ପୁରୀ ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଅନୁଗୁଳ, ଯାଜପୁର, କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ଵର, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡା, କଳାହାଣ୍ଡି, ମୟୂରଭଞ୍ଜ, ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୯୭ ହଜାର ୬୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୬୦ ହଜାର ୧୪୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୩ ହଜାର ୧୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୮୪୭ କୁ ବୃଦ୍ଧି ହୋଇଛି।

Related posts