Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଥମ ପର୍ଯ୍ୟାୟ ନିର୍ବାଚନ : ୪ ଲୋକସଭା ଏବଂ ୨୮ ବିଧାନସଭା ଆସନ ପାଇଁ ଭୋଟଗ୍ରହଣ
ଆଜିର ଖବର

ପ୍ରଥମ ପର୍ଯ୍ୟାୟ ନିର୍ବାଚନ : ୪ ଲୋକସଭା ଏବଂ ୨୮ ବିଧାନସଭା ଆସନ ପାଇଁ ଭୋଟଗ୍ରହଣ

April 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଶାନ୍ତିପୂର୍ଣ୍ଣ ଭାବେ ମତଦାନ ପାଇଁ ପୁଲିସ ଏବଂ ପ୍ରଶାସନ ପକ୍ଷରୁ ବୁଥ୍‌ ଅଞ୍ଚଳରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପ୍ରଥମ ପର୍ୟ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଛି। ଏଥିସହ କଳାହାଣ୍ଡି ଲୋକସଭା ଅନ୍ତର୍ଗତ ନୂଆପଡ଼ା, ଖରିଆର, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା ଓ ନର୍ଲା ବିଧାନସଭା ଆସନ, ନବରଙ୍ଗପୁର ଲୋକସଭା ଅନ୍ତର୍ଗତ ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡା ବିଧାନସଭା, ବ୍ରହ୍ମପୁର ଲୋକସଭା ଅନ୍ତର୍ଗତ ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି ଏବଂ କୋରାପୁଟ ଲୋକସଭା ଅନ୍ତର୍ଗତ ଗୁଣୁପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, ଜୟପୁର, କୋରାପୁଟ ଓ ପଟାଙ୍ଗୀ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯିବ। ଲୋକସଭା ପାଇଁ ୨୬ ଏବଂ ବିଧାନସଭା ପାଇଁ ୧୯୧ ଜଣ ପ୍ରାର୍ଥୀ ନିର୍ବାଚନମଇଦାନରେ ଅବତୀର୍ଣ୍ଣ ହୋଇଛନ୍ତି। ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଏହି ସମସ୍ତ ନିର୍ବାଚନମଣ୍ଡଳୀର ଭୋଟରମାନେ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ନକ୍ସଲ ପ୍ରଭାବିତ ଏବଂ ଦୁର୍ଗମ ଅଞ୍ଚଳରେ ସକାଳ ୭ଟାରୁ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ। ପ୍ରଥମ ପର୍ଯ୍ୟାୟରେ ୬୦ଲକ୍ଷ ୩ ହଜାର ୭୦୭ ଭୋଟର ମତଦାନ କରିବେ। ସେମାନଙ୍କ ମଧ୍ୟରେ ୨୯ଲକ୍ଷ ୭୨ହଜାର ୯୨୫ଜଣ ପୁରୁଷ ଭୋଟର ଥିବା ବେଳେ ୩୦ଲକ୍ଷ ୩୦ହଜାର୨୨୨ ମହିଳା ଓ ୫୬୦ ଜଣ ତୃତୀୟ ଲିଙ୍ଗର ଭୋଟର ଅଛନ୍ତି। ମତଦାନ ପାଇଁ ୭୨୩୩ ଭୋଟ ଗ୍ରହଣ କେନ୍ଦ୍ର କରାଯାଇଛି। ସେଥିମଧ୍ୟରୁ ୨୩୭୫ଟି ସମ୍ବେଦନଶୀଳ ବୁଥ ଚିହ୍ନଟ କରାଯାଇଛି।

firstphase thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.