ମଙ୍ଗଳବାର ପରଠୁ ସରିଯିବ ଟୀକା: ତୁରନ୍ତ ୬ ଲକ୍ଷ ଡୋଜ ଲାଗି କେନ୍ଦ୍ରକୁ ଚିଠି ଲେଖିଲେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ

Published: Jun 28, 2021, 1:39 pm IST

ଭୁବନେଶ୍ବର: ପୁଣିଥରେ ଟୀକା ପାଇଁ କେନ୍ଦ୍ରକୁ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଚିଠି ଲେଖିଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କୁ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଚିଠି ଲେଖିଛନ୍ତି। ଟିକାକରଣକୁ ତ୍ୱରାନ୍ୱିତ କରିବାକୁ ହେଲେ ଅଧିକ ଟୀକା ଆବଶ୍ୟକ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି। ଗତ ୨୧ ଜୁନ୍‌ରୁ ରାଜ୍ୟରେ ହାରାହାରି ଦୈନିକ ୩ ଲକ୍ଷ ଲୋକଙ୍କୁ ଟିକା ଦିଆହେଉଛି। ଏପର୍ଯ୍ୟନ୍ତ ୩ ଲକ୍ଷ ୩୮ ହଜାର ଡୋଜ୍ କୋଭିସିଲିଡ୍ ମହଜୁଦ ରହିଥିବା ବେଳେ ଏହା ଦୁଇ ଦିନରେ ସରିଯିବ।

ଆସନ୍ତା ମଙ୍ଗଳବାର ପରଠୁ ରାଜ୍ୟରେ କୋଭିସିଲ୍ଡ ଟିକାର ଅଭାବ ରହିବ। ଫଳରେ ଟିକାକରଣ ବାଧାପ୍ରାପ୍ତ ହେବ। ତେଣୁ ତୁରନ୍ତ ୬ ଲକ୍ଷ କୋଭିସିଲ୍ଡ ଟିକା ଯୋଗାଇ ଦେବାକୁ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କୁ ନିବେଦନ କରିଛନ୍ତି।

Related posts