Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗାନ୍ଧୀମଣିଷ ଦୋଳଗୋବିନ୍ଦଙ୍କ ୯୬ତମ ଜୟନ୍ତୀରେ ବୁଦ୍ଧମନ୍ଦିରରେ ଶ୍ରଦ୍ଧାଞ୍ଜଳି
ଆଜିର ଖବର

ଗାନ୍ଧୀମଣିଷ ଦୋଳଗୋବିନ୍ଦଙ୍କ ୯୬ତମ ଜୟନ୍ତୀରେ ବୁଦ୍ଧମନ୍ଦିରରେ ଶ୍ରଦ୍ଧାଞ୍ଜଳି

June 28, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦୋଳଗୋବିନ୍ଦ ପ୍ରଧାନଙ୍କ ୯୬ତମ ଜୟନ୍ତୀ ଉତ୍ସବ କୋଭିଡ଼ ନିୟମକୁ ପାଳନ କରି ସଂକ୍ଷିପ୍ତ ଭାବେ ତାଙ୍କ ପ୍ରତିଷ୍ଠିତ ମହାତ୍ମାଗାନ୍ଧୀ ଐତିହ୍ୟ ସ୍ମାରକୀ ନ୍ୟାସ ପକ୍ଷରୁ ସଭାପତି ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ରଙ୍କ ପୌରହିତ୍ୟରେ ଆଜି ପୂର୍ବାହ୍ନରେ ବୁଦ୍ଧମନ୍ଦିର ଠାରେ ପାଳିତ ହୋଇଯାଇଛି।

ଶିକ୍ଷାବିତ୍ ଡଃ ବଦ୍ରୀନାଥ ପଟ୍ଟନାୟକ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଦୋଳଗୋବିନ୍ଦ ପ୍ରଧାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇ କହିଲେ ଯେ ଭଲ ମଣିଷମାନଙ୍କୁ ୨୦୨୦ ପୂର୍ବରୁ ପରମାତ୍ମା ନିଜ ପାଖକୁ ଡ଼ାକି ନେଇଛନ୍ତି। ବୁଦ୍ଧମନ୍ଦିରର ସମ୍ପାଦକ ଡଃ ସୌରେନ୍ଦ୍ର କୁମାର ମହାପାତ୍ର ଓ ପ୍ରଫେସର ବୁଦ୍ଧଦେବ ମିଶ୍ର ଶ୍ରଦ୍ଧାଞ୍ଜଳି ଜଣାଇ କହିଲେ ଯେ, ଜଣେ ସ୍ୱାଧୀନତା ସଂଗ୍ରାମୀ ଭାବେ ସାଢେ ୩ବର୍ଷ ଜେଲ୍ ଭିତରେ ସେ ଯେଉଁ ଶିକ୍ଷା ଗ୍ରହଣ କରିଥିଲେ, ଭାରତ ସ୍ୱାଧୀନତା ହେବା ପରେ ସେ ସେହି ଜ୍ଞାନକୁ ସମାଜିକ ଜୀବନରେ ପ୍ରୟୋଗ କରି ସଫଳ ହୋଇଥିଲେ।

ଯୁବ ସମାଜସେବୀ ସର୍ବେଶ୍ୱର ସାମଲ, ଅରବିନ୍ଦ ବିଶୋଇ ଓ ଦେବରାଜ ପ୍ରଧାନ ଶ୍ରଦ୍ଧାଞ୍ଜଳି ଜଣାଇ, ସମାଜରୁ କୁସଂସ୍କାର ବିଲୋପ ପାଇଁ ତାଙ୍କର କାର୍ଯ୍ୟ ବର୍ତ୍ତମାନ ଯୁବକମାନଙ୍କ ପାଇଁ ଉଦାହରଣ। କାର୍ଯ୍ୟକ୍ରମର ପ୍ରାରମ୍ଭରେ ମହତ୍ମା ଗାନ୍ଧୀ ସ୍ମାରକୀ ଟ୍ରଷ୍ଟର ଟ୍ରଷ୍ଟି ପୁଷ୍ପରାଜ ପ୍ରଧାନ ସ୍ୱାଗତ ଭାଷଣ ଓ ପ୍ରଜ୍ଞାରାଜ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମକୁ ଯୋଗଗୁରୁ ପୃଥୀରାଜ ପ୍ରଧାନ ଓ ବିଜୟ କୁମାର ପ୍ରଧାନ ପରିଚାଳନା କରିଥିଲେ।

ଏହି ଉପଲକ୍ଷେ ସ୍ୱାମୀ ବ୍ରହ୍ମାନନ୍ଦ ଭବନରେ ପଣ୍ଡିତ ବିନୋଦ ବିହାରୀ ଦାସଙ୍କ ପୌରହିତ୍ୟରେ ଏକ ଶାନ୍ତିଯଜ୍ଞ ଅନୁଷ୍ଠିତ ହୋଇଥିଲା। ସଞ୍ଜୟ ପ୍ରଧାନ ଜଜମାନ ଆସନ ଗ୍ରହଣ କରିଥିଲେ। ଶ୍ରୀମଦ୍ ବାବା ବଳିଆଙ୍କ ଶିଶୁ ଅନନ୍ତ ଆଶ୍ରମ, ଅରିଲୋ, ସୁଖଧାମ ବୃଦ୍ଧାଶ୍ରମ ଅନ୍ତେବାସୀଙ୍କୁ ଶୁଖିଲା ଖାଦ୍ୟସାମଗ୍ରୀ ବଣ୍ଟନ କରାଯାଇଥିଲା। ସମସ୍ତ କାର୍ଯ୍ୟକ୍ରମରେ କମଳାକାନ୍ତ ପରିଡ଼ା, ମୁକେଶ ପ୍ରଧାନ, ପ୍ରତ୍ୟୁଷ ପ୍ରିୟଦର୍ଶନ, ରୀତେଶ ପ୍ରଧାନ, ସମ୍ବିତ ସାମଲ, ସ୍ଥିତପ୍ରଜ୍ଞା ପ୍ରଧାନ ଓ ସାଇମା ବିଶୋଇ ପ୍ରମୁଖ ସହଯୋଗ କରିଥିଲେ।

ପୂର୍ବତନ ମନ୍ତ୍ରୀ ସ୍ୱାଧୀନତା ସଂଗ୍ରାମୀ
Share. Facebook Twitter LinkedIn Email WhatsApp Copy Link

Related Posts

“ପରମାଣୁ ବିପଦ ବଢାଇଲା ଇରାନ ଯୁଦ୍ଧ”: ଆମେରିକା ଉପରେ ଗମ୍ଭୀର ଅଭିଯୋଗ ଆଣିଲା ରୁଷ

March 31, 2026

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026

ନକ୍ସଲମୁକ୍ତ ଭାରତ ଘୋଷଣା ପରେ ଶିବସେନା ସାଂସଦଙ୍କ ପ୍ରତିକ୍ରିୟା: ସରକାରକୁ କଲେ ପ୍ରଶ୍ନ

March 31, 2026
Latest News

“ପରମାଣୁ ବିପଦ ବଢାଇଲା ଇରାନ ଯୁଦ୍ଧ”: ଆମେରିକା ଉପରେ ଗମ୍ଭୀର ଅଭିଯୋଗ ଆଣିଲା ରୁଷ

March 31, 2026

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026

ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

March 31, 2026

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026

ନକ୍ସଲମୁକ୍ତ ଭାରତ ଘୋଷଣା ପରେ ଶିବସେନା ସାଂସଦଙ୍କ ପ୍ରତିକ୍ରିୟା: ସରକାରକୁ କଲେ ପ୍ରଶ୍ନ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.