ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୦ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୩୯୬୯ କୁ ବୃଦ୍ଧି

Published: Jun 29, 2021, 11:06 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୦ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୯୬୯ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ, କଟକ ଜିଲ୍ଲାରୁ ୫ ଜଣ ଲେଖାଏଁ, ନୟାଗଡ, ପୁରୀ ଜିଲ୍ଲାରୁ ୪ ଜଣ, ଅନୁଗୁଳ ଓ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି କଳାହାଣ୍ଡି ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଭଦ୍ରକ, ଯାଜପୁର, କୋରାପୁଟ, ନବରଙ୍ଗପୁର, ସମ୍ବଲପୁର ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬ ହଜାର ୪୨୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୭୦ ହଜାର ୭୮୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୧ ହଜାର ୬୧୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୯୬୯ କୁ ବୃଦ୍ଧି ହୋଇଛି।

Related posts