
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୭ ହଜାର ୫୬୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୯୦୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩ ଲକ୍ଷ ୧୬ ହଜାର ୮୯୭ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୭ ହଜାର ୬୩୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୩ ଲକ୍ଷ ୬୬ ହଜାର ୬୦୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୫ ଲକ୍ଷ ୫୨ ହଜାର ୬୫୯ ଆକ୍ଟିଭ୍ କେସ୍ ରହିଛି।