ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୮ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୪୦୧୭ କୁ ବୃଦ୍ଧି

Published: Jun 30, 2021, 10:29 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୦୧୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ, ନୟାଗଡ ଜିଲ୍ଲାରୁ ୫ ଜଣ ଲେଖାଏଁ, ଗଞ୍ଜାମ, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ବରଗଡ, ବୌଦ୍ଧ ଓ ଢେଙ୍କାନାଳ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଅନୁଗୁଳ, ଭଦ୍ରକ, ବାଲେଶ୍ଵର, ଝାରସୁଗୁଡା ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଜଗତସିଂହପୁର, କନ୍ଧମାଳ, କୋରାପୁଟ, ପୁରୀ, ସମ୍ବଲପୁର ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯ ହଜାର ୮୦୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୭୪ ହଜାର ୩୦୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୧ ହଜାର ୪୨୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୦୧୭ କୁ ବୃଦ୍ଧି ହୋଇଛି।

Related posts