ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୫ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୪୦୬୨ କୁ ବୃଦ୍ଧି

Published: Jul 1, 2021, 10:46 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୦୬୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ନୟାଗଡ, ପୁରୀ ଜିଲ୍ଲାରୁ ୫ ଜଣ ଲେଖାଏଁ, ଗଞ୍ଜାମ, କେନ୍ଦୁଝର ଜିଲ୍ଲାରୁ ୪ ଜଣ, ବରଗଡ ଏବଂ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଅନୁଗୁଳ, କଟକ ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ଵର, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ନବରଙ୍ଗପୁର ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୧୨ ହଜାର ୮୮୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୭୭ ହଜାର ୫୪୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୧ ହଜାର ୪୨୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୦୬୨ କୁ ବୃଦ୍ଧି ହୋଇଛି।

Related posts