Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୃଷକ ଆନ୍ଦୋଳନରୁ ନଜର ହଟାଇବାକୁ ବିଜେପିର କୁମ୍ଭୀର କାନ୍ଦଣା: ବିଜେଡି
ଆଜିର ଖବର

କୃଷକ ଆନ୍ଦୋଳନରୁ ନଜର ହଟାଇବାକୁ ବିଜେପିର କୁମ୍ଭୀର କାନ୍ଦଣା: ବିଜେଡି

July 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଦୀର୍ଘ ଏକବର୍ଷରୁ ଅଧିକ ସମୟ ଧରି ବିଜେପି ଶାସିତ ରାଜ୍ୟ ଉତ୍ତରପ୍ରଦେଶ ଓ ହରିଆନାରେ ସେମାନଙ୍କ ଦଳ ବିରୁଦ୍ଧରେ ଚାଲିଥିବା କୃଷକ ଆନ୍ଦୋଳନରୁ ସାଧାରଣ ଲୋକଙ୍କ ନଜର ହଟାଇବା ପାଇଁ ଓଡିଶା ବିଜେପି ଏବଂ ତାଙ୍କ ଦଳର ନେତା ପୃଥ୍ୱୀରାଜ ହରିଚନ୍ଦନ ଆଜି ପୁଣିଥରେ କେତେକ ମିଥ୍ୟା ଓ ଭିତ୍ତିହୀନ ବିବୃତ୍ତି ଦେଇଛନ୍ତି। କୃଷକଙ୍କ ପାଇଁ ବିଜେପିର ଏହା କୁମ୍ଭୀର କାନ୍ଦଣା ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି।

ବିଜେପି ନେତାଙ୍କୁ ଜବାବ ଦେଇ ଶ୍ରୀ ମହାନ୍ତି କହିଛନ୍ତି ଯେ କେନ୍ଦ୍ରରେ ଶାସନ କରୁଥିବା ତାଙ୍କରି ଦଳ ବର୍ତ୍ତମାନ ସୁଦ୍ଧା ଧାନକିଣା ସବସିଡ୍‍ ଆକାରରେ ବାକିଥିବା ୬୬୨୦ କୋଟି ଟଙ୍କା ଓଡିଶାକୁ ଦେଉନଥିବା ପ୍ରସଙ୍ଗକୁ ଶ୍ରୀ ହରିଚନ୍ଦନ ଘୋଡାଇବାକୁ ଚେଷ୍ଟା କରୁଛନ୍ତି। ଏଥି ସହିତ ବିଜେପି ନେତୃତ୍ୱାଧିନ କେନ୍ଦ୍ର ସରକାର ଓଡିଶାରୁ ୧୦ ଲକ୍ଷ ମେଟ୍ରିକ ଟନ୍‍ ଚାଉଳ ନଉଠାଇବା ଘଟଣାକୁ ମଧ୍ୟ ସେ ଲୁଚାଇବାକୁ ଅପଚେଷ୍ଟା କରୁଥିବା ଶ୍ରୀ ମହାନ୍ତି କହିଛନ୍ତି।

ବିଜେପି ନେତା ଏହା ମଧ୍ୟ ଲୁଚାଇବାକୁ ଚେଷ୍ଟା କରୁଛନ୍ତି ଯେ ତାଙ୍କ ଦଳ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‍ଏସ୍‍ପି) ୧.୫ ଗୁଣା ବୃଦ୍ଧି କରିନାହିଁ ଯାହାକି ଦଳୀୟ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଥିଲା କିମ୍ବା ସେମାନେ ସ୍ୱାମୀନାଥନ କମିଶନ ରିପୋର୍ଟ ସୁପାରିଶକୁ ବି ବର୍ତ୍ତମାନ ସୁଦ୍ଧା କାର୍ଯ୍ୟକାରୀ କରିନାହାନ୍ତି।

ରାଜନୈତିକ ଦୃଷ୍ଟିରୁ ଗଣମାଧ୍ୟମରେ ତିଷ୍ଠି ରହିବା ପାଇଁ ଏଭଳି ବିବୃତ୍ତି ଦେବା ରାଜ୍ୟ ବିଜେପି ନେତାଙ୍କର ଏକ ଅଭ୍ୟାସରେ ପରିଣତ ହୋଇଗଲାଣି। ବିଜେପିର ଏଭଳି ବିବୃତ୍ତି କୃଷକମାନଙ୍କ ପାଇଁ କେବଳ କୁମ୍ଭୀର କାନ୍ଦଣା ବୋଲି ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି କହିଛନ୍ତି।

କୁମ୍ଭୀର କାନ୍ଦଣା କୃଷକ ଆନ୍ଦୋଳନ ପୃଥ୍ୱୀରାଜ ହରିଚନ୍ଦନ ବିଜେପି ଲେନିନ୍ ମହାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ଆଇଡିଏସ୍ ପ୍ରଫେସର ଜାତୀୟ ସଂସ୍ଥାର ସଭାପତି ନିର୍ବାଚିତ

September 25, 2026

ଭୁବନେଶ୍ୱର ବିମାନବନ୍ଦରରୁ ବନ୍ଦ ରହିଛି ବିଦେଶୀ ଉଡ଼ାଣ

September 25, 2026

ଓଡ଼ିଶା ରାଜ୍ୟ ସାମୁଦ୍ରିକ ସଂଗ୍ରହାଳୟରେ ବିଶ୍ୱ ସାମୁଦ୍ରିକ ଦିବସ ପାଳିତ

September 25, 2026

ବିଜୁ ଜନତା ଦଳ ପକ୍ଷରୁ ଖୋର୍ଦ୍ଧା ସାଂଗଠନିକ ଜିଲ୍ଲା କମିଟି ଘୋଷଣା

September 25, 2026
Latest News

ସୋଆ ଆଇଡିଏସ୍ ପ୍ରଫେସର ଜାତୀୟ ସଂସ୍ଥାର ସଭାପତି ନିର୍ବାଚିତ

September 25, 2026

ଭୁବନେଶ୍ୱର ବିମାନବନ୍ଦରରୁ ବନ୍ଦ ରହିଛି ବିଦେଶୀ ଉଡ଼ାଣ

September 25, 2026

ଓଡ଼ିଶା ରାଜ୍ୟ ସାମୁଦ୍ରିକ ସଂଗ୍ରହାଳୟରେ ବିଶ୍ୱ ସାମୁଦ୍ରିକ ଦିବସ ପାଳିତ

September 25, 2026

ବିଜୁ ଜନତା ଦଳ ପକ୍ଷରୁ ଖୋର୍ଦ୍ଧା ସାଂଗଠନିକ ଜିଲ୍ଲା କମିଟି ଘୋଷଣା

September 25, 2026

ଓଡ଼ିଶାରେ ଆଇସିଡିଆଇର ପରାମର୍ଶ କର୍ମଶାଳା ଆୟୋଜିତ

September 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.