ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫୧ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୪୨୯୮ କୁ ବୃଦ୍ଧି

Published: Jul 6, 2021, 10:06 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫୧ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୨୯୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ, ଢେଙ୍କାନାଳ, ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଏଁ, କଟକ, ଯାଜପୁର, ନୟାଗଡ, ପୁରୀ ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଭଦ୍ରକ, ଦେବଗଡ, ଗଞ୍ଜାମ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୨୭ ହଜାର ୧୮୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୯୪ ହଜାର ୧୦୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୮ ହଜାର ୭୩୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୨୯୮ କୁ ବୃଦ୍ଧି ହୋଇଛି।

Related posts