Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ଉପରେ ମନ୍ତ୍ରୀଙ୍କ ଗୁରୁତ୍ୱ
ଆଜିର ଖବର

ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ଉପରେ ମନ୍ତ୍ରୀଙ୍କ ଗୁରୁତ୍ୱ

July 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ଉପରେ ମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର,  ଆଜି ସ୍ଥାନୀୟ ଲୋକସେବା ଭବନରେ ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗ ସମୀକ୍ଷା ବୈଠକ ମନ୍ତ୍ରୀ ଶ୍ରୀ ତୁଶାରକାନ୍ତି ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୫-‘ଟି’ ଉପକ୍ରମ ଅନୁସାରେ ବିଭାଗ ପକ୍ଷରୁ କରାଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋଚନା ହୋଇଥିଲା । ଏଥିରେ ସାଇବର ସିକୁ୍ୟରିଟି, ଭାରତ ନେଟ୍‌, ମୋ ସରକାର ଯୋଗାଯୋଗ ସେଣ୍ଟର, ମୋ ସେବା କେନ୍ଦ୍ର, ଓଡ଼ିଶା-ୱାନ୍‌ ପୋର୍ଟାଲ୍‌ର କାର୍ଯ୍ୟଧାରା ଉପରେ ବରିଷ୍ଠ ଅଧିକାରୀମାନେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ।

ବର୍ତ୍ତମାନ ବିଭାଗ ପକ୍ଷରୁ ଆରମ୍ଭ ହୋଇଥିବା ଷ୍ଟେଟ୍‌ ଡ୍ୟାସ୍‌ବୋର୍ଡ ଜରିଆରେ ଜନସାଧାରଣ କୋଭିଡ୍‌ ସଂପର୍କିତ ସୂଚନା ସହିତ ଟେଷ୍ଟିଂ ରିପୋର୍ଟ ଏବଂ ଅକ୍ସିଜେନ ଯୋଗାଣ ସଂପର୍କରେ ସୂଚନା ପାଇପାରୁଛନ୍ତି । ଏଥି ସହିତ ମୋ ସରକାର ଆନାଲିଟିକ୍‌ ଡ୍ୟାସ୍‌ବୋର୍ଡ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି । ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ସ୍ମାର୍ଟ କ୍ଲାସ୍‌ରୁମ୍‌, ଉଚ୍ଚଶିକ୍ଷା ବିଭାଗର ଅନ୍‌ଲାଇନ୍‌ ଆଡ୍‌ମିଶନ୍‌ ବ୍ୟବସ୍ଥା ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କାର୍ଯ୍ୟକୁ ଅତି ସୁଚାରୁ ରୂପେ ସଂପାସନ କରି ଲୋକଙ୍କ ଆଶାବିଶ୍ୱାସ ଜିତିପାରିଥିବାରୁ ମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ସାଧୁବାଦ ଜଣାଇଥିଲେ ।

ଏହି ବୈଠକରେ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ତଥା ଓକାକ୍‌ର ସିଇଓ ମନୋଜ କୁମାର ପଟ୍ଟନାୟକ ଏବଂ ଓକାକ୍‌ର ଜେନେରାଲ୍‌ ମ୍ୟାନେଜର ମଧୁମତା ରଥ ପ୍ରମୁଖ ଉପସ୍ଥିତ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ବିକଶିତ ଭାରତର ସଂକଳ୍ପ ପ୍ରତ୍ୟେକ ରାଜ୍ୟ, ଜିଲ୍ଲା, ବ୍ଲକ ଏବଂ ଗ୍ରାମର ସାମୂହିକ ସଂକଳ୍ପ ହେବା ଉଚିତ: ପ୍ରଧାନମନ୍ତ୍ରୀ

June 12, 2026

ଏମ୍‌ଟି ସେଟ୍ଟେବେଲୋ ଘଟଣା: ମୃତ ୩ ଭାରତୀୟ କ୍ରୁ ସଦସ୍ୟଙ୍କ ପରିବାରକୁ ମିଳିବ ୧୦ ଲକ୍ଷର ସହାୟତା

June 12, 2026

ଆଜି ଜୁନ ୧୨ ତାରିଖ ଶୁକ୍ରବାରରେ ଆଠଟି ରାଶି ପ୍ରତି ଶ୍ରୀଗଣେଷ କରୁଛନ୍ତି ଆର୍ଶିବାଦ

June 12, 2026

ଇରାନ ଉପରେ ଯୋଜନାବଦ୍ଧ ଆକ୍ରମଣ ବାତିଲ କଲେ ଟ୍ରମ୍ପ

June 12, 2026
Latest News

ବିକଶିତ ଭାରତର ସଂକଳ୍ପ ପ୍ରତ୍ୟେକ ରାଜ୍ୟ, ଜିଲ୍ଲା, ବ୍ଲକ ଏବଂ ଗ୍ରାମର ସାମୂହିକ ସଂକଳ୍ପ ହେବା ଉଚିତ: ପ୍ରଧାନମନ୍ତ୍ରୀ

June 12, 2026

ଏମ୍‌ଟି ସେଟ୍ଟେବେଲୋ ଘଟଣା: ମୃତ ୩ ଭାରତୀୟ କ୍ରୁ ସଦସ୍ୟଙ୍କ ପରିବାରକୁ ମିଳିବ ୧୦ ଲକ୍ଷର ସହାୟତା

June 12, 2026

ଆଜି ଜୁନ ୧୨ ତାରିଖ ଶୁକ୍ରବାରରେ ଆଠଟି ରାଶି ପ୍ରତି ଶ୍ରୀଗଣେଷ କରୁଛନ୍ତି ଆର୍ଶିବାଦ

June 12, 2026

ଇରାନ ଉପରେ ଯୋଜନାବଦ୍ଧ ଆକ୍ରମଣ ବାତିଲ କଲେ ଟ୍ରମ୍ପ

June 12, 2026

ଦେବାଶିଷ ସାମନ୍ତରାୟ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.