ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫୯ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୪୩୫୭ କୁ ବୃଦ୍ଧି

Published: Jul 7, 2021, 9:59 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫୧ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୩୫୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୧୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ, ଢେଙ୍କାନାଳ, ପୁରୀ ଜିଲ୍ଲାରୁ ୫ ଜଣ ଲେଖାଏଁ, ଗଞ୍ଜାମ, ନୟାଗଡ, ରାୟଗଡା ଓ ସୁନ୍ଦରଗଡ  ଜିଲ୍ଲାରୁ ୪ ଜଣ ଲେଖାଏଁ, କଳାହାଣ୍ଡି, କେନ୍ଦ୍ରାପଡା, ନବରଙ୍ଗପୁର ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି କଟକ, ଯାଜପୁର, ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୁଳ, ଜଗତସିଂହପୁର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୨୯ ହଜାର ୭୮୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୯୭ ହଜାର ୩୬୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୮ ହଜାର ୧୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୩୫୭ କୁ ବୃଦ୍ଧି ହୋଇଛି।

Related posts