
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୩ ହଜାର ୭୩୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୯୩୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୬ ଲକ୍ଷ ୬୩ ହଜାର ୬୬୫ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪ ହଜାର ୨୧୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୭ ଲକ୍ଷ ୯୯ ହଜାର ୫୩୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୫୯ ହଜାର ୨୨୦ ଆକ୍ଟିଭ୍ କେସ୍ ରହିଛି।