Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ କୋଭିଡ୍ ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଲେ ୯୭ ବର୍ଷୀୟା ବୃଦ୍ଧା
ଆଜିର ଖବର

ସମ୍ କୋଭିଡ୍ ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଲେ ୯୭ ବର୍ଷୀୟା ବୃଦ୍ଧା

July 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଉପଯୁକ୍ତ ଚିକିତ୍ସା, ସେବା ଓ ଯତ୍ନ ମିଳିଲେ ବୟୋଜ୍ୟେଷ୍ଠ ବ୍ୟକ୍ତିମାନେ କରୋନା ମହାମାରୀକୁ ଅନାୟସରେ ପରାସ୍ତ କରିପାରିବେ ତାହା ପୁଣି ଥରେ ପ୍ରମାଣିତ ହୋଇଛି ଜଣେ ୯୭ ବର୍ଷୀୟା ବୃଦ୍ଧାଙ୍କ କ୍ଷେତ୍ରରେ। ସମ୍ କୋଭିଡ ହସ୍ପିଟାଲ୍‌ରୁ ପୁଣି ଜଣେ ବୟୋଜ୍ୟେଷ୍ଠ।। ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ବାଲେଶ୍ୱର ଅଂଚଳର ଶ୍ରୀମତି ଚଂଚଳା ବେହେରା ଗତ ଜୁନ୍ ମାସ ୧୮ ତାରିଖରେ କରୋନା ସଂକ୍ରମିତ ହେବା ପରେ ଭୁବନେଶ୍ୱର ସମ୍ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ହସ୍ପିଟାଲ୍‌ରେ ଭର୍ତ୍ତି ହେବା ସମୟରେ ସେ ଉଚ୍ଚ ରକ୍ତଚାପ ଓ ଶ୍ୱାସଜନିତ ସମସ୍ୟା ଯୋଗୁଁ ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ତୁରନ୍ତ ଆଇସିୟୁରେ ଭର୍ତ୍ତି କରାଯାଇ ଚିକିତ୍ସା ଆରମ୍ଭ କରାଯାଇଥିଲା। ପୂର୍ବରୁ ହୃଦରୋଗ ଜନିତ ସମସ୍ୟା ରହିଥିବାରୁ ତାଙ୍କ ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦିଆଯାଇଥିଲା।

ତେବେ ସମ୍ କୋଭିଡ୍ ଟିମ୍‌ର ଡାକ୍ତର, ନର୍ସ ଓ ସ୍ୱାସ୍ଥ୍ୟ କର୍ମୀଙ୍କ ଚିକିତ୍ସା, ସେବା ଓ ଯତ୍ନ ଫଳରେ ଦୀର୍ଘ ୨୦ ଦିନ ପରେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଚଂଚଳା। ସେ ସୁସ୍ଥ ହେବା ପରେ ଘରକୁ ଯିବା ସମୟରେ ସମ୍ କୋଭିଡ ଟିମ୍‌କୁ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ତାଙ୍କ ବୋହୁ ଶ୍ରୀମତି ତପସ୍ୱିନୀ ବେହେରା।

କରୋନା ମହାମାରୀ ସମ୍ କୋଭିଡ୍ ହସ୍ପିଟାଲ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.