Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ରେଳ ଷ୍ଟେସନକୁ ‘ହେରିଟେଜ ଷ୍ଟେସନ’ ଘୋଷଣା କରିବାକୁ ସମାଜବାଦୀ ପାର୍ଟିର ଦାବି
ଆଜିର ଖବର

କଟକ ରେଳ ଷ୍ଟେସନକୁ ‘ହେରିଟେଜ ଷ୍ଟେସନ’ ଘୋଷଣା କରିବାକୁ ସମାଜବାଦୀ ପାର୍ଟିର ଦାବି

July 8, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରେଳ ବିଭାଗକୁ ବର୍ଷକୁ ୨୦ ହଜାର କୋଟି ଟଙ୍କା ରାଜସ୍ୱ ଦେଉଥିଲା ବେଳେ ଓଡ଼ିଶା ଅନୁଦାନ ଆକାରରେ ହାରାହାରି ପାଉଛି ୩ ରୁ ୪ ହଜାର ଟଙ୍କା। ଓଡ଼ିଶା ତୁଳନାରେ ପଡ଼ୋଶୀ ପଶ୍ଚିମବଙ୍ଗ ଓ ବିହାରରେ ରେଳ ସାନ୍ଦ୍ରତା ଯଥାକ୍ରମେ ୪୨ କିଲୋମିଟର ଥିଲାବେଳେ ୪୨ ଓ ୩୫ କିଲୋମିଟର ପ୍ରତି ହଜାର ବର୍ଗକିଲୋମିଟରେ ଥିଲା ବେଳେ ଓଡ଼ିଶାରେ ତାହା ମାତ୍ର ୧୫ କି.ମି.।

ଓଡ଼ିଶାର ବହୁ ଜିଲ୍ଲା ସଦର ମହକୁମାକୁ ସ୍ୱାଧୀନତାର ୭୪ ବର୍ଷ ପରେ ମଧ୍ୟ ରେଳ ଲାଇନ ଯାଇପାରିଲା ନାହିଁ। ନୂଆ ରେଳମନ୍ତ୍ରୀ ଓଡ଼ିଶାର ସାଂସଦ ହୋଇଥିବା ଯୋଗୁ ଓଡ଼ିଶା ପ୍ରତି କରାଯାଇଥିଲା ରେଳ ବିଭାଗର ଚରମ ଅବହେଳାକୁ ସୁଧାରିବା ଦାବିରେ ସମାଜବାଦୀ ପାର୍ଟି ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ ଆଜି ନୂଆ ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ହସ୍ତକ୍ଷେପ ଦାବି କରି ଏକ ପତ୍ର ଲେଖାଯାଇଛି।

ପାର୍ଟିର ରାଜ୍ୟ ସଭାପତି ରବି ବେହେରାଙ୍କ ଦ୍ୱାରା ଲେଖା ଯାଇଥିôବା ଏହି ପତ୍ରରେ ଦର୍ଶାଯାଇଛି ଯେ ଓଡ଼ିଶା ରେଳ ମନ୍ତ୍ରଣାଳୟର ଅବହେଳାର ଶିକାର କ୍ରମାଗତ ଭାବରେ ହୋଇଚାଲିଛି। ଆପଣ ଯେତେବେଳେ ରେଳ ବିଭାଗର ଦାୟିତ୍ୱ ନେଇଛନ୍ତି ଏବଂ ଓଡ଼ିଶାରୁ ନିର୍ବାଚିତ ହୋଇଛନ୍ତି ସେହି ପରିପ୍ରେକ୍ଷୀରେ ଆମେ ଓଡ଼ିଶାର ନିମ୍ନୋକ୍ତ ରେଳ ପ୍ରକଳ୍ପ ପାଇଁ ଆପଣଙ୍କ ହସ୍ତକ୍ଷେପ ଦାବି କରୁଛୁ।

ଏହି ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ସମ୍ବଲପୁର-ଗୋପାଳପୁର-ଫୁଲବାଣୀ, ରାୟଗଡ଼ା-ଗୋପାଳପୁର ନୂଆ ରେଳ ଲାଇନ ଏବଂ କୋରାପୁଟ-ମାଲକାନାଗିରି, କୋରାପୁଟ-ନବରଙ୍ଗପୁର ନୂଆ ରେଳ ଲାଇନ କାର୍ଯ୍ୟ ତ୍ୱରାନ୍ୱିତ କରାଯାଉ। ଦ୍ୱିତୀୟତଃ ରାୟଗଡ଼ା, ରାଉରକେଲା-ଯାଜପୁର କେନ୍ଦୁଝର ରୋଡ଼ ଠାରେ ତିନୋଟି ରେଳ ଡ଼ିଭିଜନ ପ୍ରତିଷ୍ଠା କରାଯିବା ସଙ୍ଗେ ସଙ୍ଗେ କେନ୍ଦୁଝର-ମୟୁରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାର ଖଣିଜବହୁଳ ଅଞ୍ଚଳକୁ ଦକ୍ଷିଣ-ପୂର୍ବ ରେଳ ଜୋନରୁ ପୂର୍ବତଟ ରେଳ ଜୋନ୍‌କୁ ଅଣାଯାଉ।

ସେହିଭଳି ବଣାଇ, ରାଜଗାଙ୍ଗପୁର ଓ ଇବ୍ ଭ୍ୟାଲି ଶିଳ୍ପାଞ୍ଚଳକୁ ରାଉରକେଲା ଡ଼ିଭିଜନକୁ ଆଣି ପୂର୍ବତଟ ରେଳ ଜୋନ୍‌ରେ ଅନ୍ତର୍ଭୁକ୍ତ କରାଯିବାକୁ ଦାବି କରାଯାଇଛି। ଭୁବନେଶ୍ୱରରୁ ନୂଆଦିଲ୍ଲୀ ଭାୟା-ଢେଙ୍କାନାଳ-ଅନୁଗୁଳ-ତଳେଚର ଓ ସମ୍ବଲପୁର ଏବଂ ଭୁବନେଶ୍ୱର-ବେଙ୍ଗାଲୁର ଓ ଭୁବନେଶ୍ୱର-ମୁମ୍ବାଇ ମଧ୍ୟରେ ତିନୋଟି ନୂଆରେଳ ଚଳାଚଳ କରିବାକୁ ଏହି ପତ୍ରରେ ନୂଆ ରେଳମନ୍ତ୍ରୀଙ୍କ ପାଖରେ ଦାବି କରାଯାଇଛି।

ଏହା ବ୍ୟତୀତ ଚଳିତବର୍ଷ ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ଶତବାର୍ଷିକୀ ପାଳନ କରିବାକୁ ଯାଉଥିବା ପରିପ୍ରେକ୍ଷୀରେ କଟକ ରେଳ ଷ୍ଟେସନରେ ଗାନ୍ଧିଜୀଙ୍କର ଏକ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ସ୍ଥାପନ କରିବା ଓ କଟକ ଷ୍ଟେସନକୁ ଏକ ‘ଐତିହ୍ୟ’ ଷ୍ଟେସନର ମାନ୍ୟତା ଦେବାକୁ ଶ୍ରୀ ବେହେରା ଦାବି କରିଛନ୍ତି। ପାଇକ ବିଦ୍ରୋହର ସ୍ମୃତିରେ ଏହାର ନେତୃତ୍ୱ ନେଇଥିବା ଓଡ଼ିଆ ଜାତିର ଗର୍ବ ଓ ଗୌରବ ବକ୍ସି ଜଗବନ୍ଧୁଙ୍କ ନାମରେ ଖୋର୍ଦ୍ଧା ରୋଡ଼ ରେଳଷ୍ଟେସନକୁ ନାମିତ କରିବାକୁ ନୂଆ ରେଳମନ୍ତ୍ରୀଙ୍କ ପାଖରେ ଦାବି କରାଯାଇଛି। ଆଶା କରାଯାଉଛି ରାଜ୍ୟର ସ୍ୱାର୍ଥକୁ ଦୃଷ୍ଟିରେ ରଖି ନୂଆ ରେଳମନ୍ତ୍ରୀ ଶ୍ରୀଯୁକ୍ତ ଅଶ୍ୱିନୀ ବୈଷ୍ଣବ ଏ ଦିଗରେ ବିହିତ ପଦକ୍ଷେପ ଗ୍ରହଣ କରିବେ।

କଟକ ରେଳ ଷ୍ଟେସନ ରେଳ ବିଭାଗ ସମାଜବାଦୀ ପାର୍ଟି
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.