ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୧ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୪୪୭୫ କୁ ବୃଦ୍ଧି

Published: Jul 9, 2021, 8:51 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୧ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୪୭୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୧୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ, ଗଞ୍ଜାମ, ମୟୂରଭଞ୍ଜ, ପୁରୀ ଜିଲ୍ଲାରୁ ୬ ଜଣ, ସମ୍ବଲପୁର, ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ ଲେଖାଏଁ, କେନ୍ଦୁଝର ଜିଲ୍ଲାରୁ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି କଟକ, ଢେଙ୍କାନାଳ, ନୟାଗଡ ଜିଲ୍ଲାରୁ ୨ ଜଣ, ବୌଦ୍ଧ, ଗଜପତି, ଝାରସୁଗୁଡା, କେନ୍ଦ୍ରାପଡା, ରାୟଗଡ, ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୫ ହଜାର ୧୩୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୩ ହଜାର ୧୭୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୭ ହଜାର ୪୨୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୪୭୫ କୁ ବୃଦ୍ଧି ହୋଇଛି।

Related posts