ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫୮ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୪୫୩୩ କୁ ବୃଦ୍ଧି

Published: Jul 10, 2021, 9:12 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୫୩୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୧୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ ଜିଲ୍ଲାରୁ ୭ ଜଣ, ଗଞ୍ଜାମ, ପୁରୀ, ସୁନ୍ଦରଗଡ ଜିଲ୍ଲାରୁ ୬ ଜଣ ଲେଖାଏଁ ଏବଂ ସମ୍ବଲପୁର ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି କଳାହାଣ୍ଡି, ନୟାଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, କଟକ, ଢେଙ୍କାନାଳ, କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୁଳ, ଗଜପତି, ଯାଜପୁର, ଝାରସୁଗୁଡା, କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୭ ହଜାର ୪୭୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୬ ହଜାର ୫୧୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୬ ହଜାର ୩୬୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୫୩୩ କୁ ବୃଦ୍ଧି ହୋଇଛି।

Related posts