ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୫ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୪୫୯୮ କୁ ବୃଦ୍ଧି

Published: Jul 11, 2021, 11:05 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୫୯୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୧୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ, କେନ୍ଦୁଝର, ପୁରୀ ଜିଲ୍ଲାରୁ ୬ ଜଣ ଲେଖାଏଁ , ଅନୁଗୁଳ, ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ଏବଂ ନୟାଗଡ ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଗଞ୍ଜାମ, କେନ୍ଦ୍ରପଡା, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, ବାଲେଶ୍ଵର, ବଲାଙ୍ଗୀରି, ବୌଦ୍ଧ, କଟକ, ଢେଙ୍କାନାଳ, ଜଗତସିଂହପୁର, ଝାରସୁଗୁଡ, କଳାହାଣ୍ଡି, କନ୍ଧମାଳ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୯ ହଜାର ୭୫୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୯ ହଜାର ୬୩୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୫ ହଜାର ୪୬୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୫୯୮ କୁ ବୃଦ୍ଧି ହୋଇଛି।

Related posts