ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୩ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୪୬୬୧ କୁ ବୃଦ୍ଧି

Published: Jul 12, 2021, 9:36 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୩ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୬୬୧ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୧୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ ଜିଲ୍ଲାରୁ ୭ ଜଣ ଲେଖାଏଁ, ମୟୂରଭଞ୍ଜ ଜିଲ୍ଲାରୁ ୬ ଜଣ, ଗଞ୍ଜାମ ଜିଲ୍ଲାରୁ ୫ ଜଣ ଏବଂ ଢେଙ୍କାନାଳ, କେନ୍ଦ୍ରାପଡା, ପୁରୀ ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବୌଦ୍ଧ, ଯାଜପୁର, ନୟାଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, ଜଗତସିଂହପୁର, ବାଲେଶ୍ଵର, କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୁଳ, ବଲାଙ୍ଗୀରି, ଗଜପତି, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୧ ହଜାର ୭୪୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୧୨ ହଜାର ୪୬୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୫ ହଜାର ୪୬୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୬୬୧ କୁ ବୃଦ୍ଧି ହୋଇଛି।

Related posts