ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୮ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୪୭୨୯ କୁ ବୃଦ୍ଧି

Published: Jul 13, 2021, 11:39 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୩ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୭୨୯ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୧୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୭ ଜଣ, ବରଗଡ, ମୟୂରଭଞ୍ଜ ଜିଲ୍ଲାରୁ ୬ ଜଣ ଲେଖାଏଁ, ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ ଏବଂ ପୁରୀ ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଅନୁଗୁଳ, ଯାଜପୁର, ନୟାଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, ବଲାଙ୍ଗୀରି, କଟକ, ଢେଙ୍କାନାଳ, ଝାରସୁଗୁଡା, କେନ୍ଦ୍ରାପଡା, କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ଵର ଏବଂ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୩ ହଜାର ୬୭୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୧୫ ହଜାର ୪୦୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୩ ହଜାର ୪୯୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୭୨୯ କୁ ବୃଦ୍ଧି ହୋଇଛି।

Related posts