ସନ୍ଧ୍ୟା ୫ଟା ସୁଦ୍ଧା ୬୬ ପ୍ରତିଶତ ମତଦାନ

Published: Apr 11, 2019, 6:07 pm IST

ଆଜି ସପ୍ତଦଶ ଲୋକସଭାର ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ ଅବସରରେ ଓଡ଼ିଶାର ୪ଟି ଲୋକସଭା ନିର୍ବାଚନ ମଣ୍ଡଳୀ ଓ ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭୋଟ୍‌ଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ସନ୍ଧ୍ୟା ୫ଟା ସୁଦ୍ଧା ପ୍ରାୟ ୬୬ ପ୍ରତିଶତ ମତଦାନ ହୋଇଛି। ମାତ୍ର ପୋଲିଂ ପାର୍ଟି ଫେରିବା ପରେ ପ୍ରକୃତ ତଥ୍ୟ ମିଳି ପାରିବ ବୋଲି ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ରାଜ୍ୟ ନିର୍ବାଚନ କାର୍ଯ୍ୟାଳୟରେ ଗଣମାଧ୍ୟମର ପ୍ରତିନିଧିଙ୍କୁ ଏହି ସୂଚନା ଦେଇଛନ୍ତି।  ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାର ୪ଟି ଲୋକସଭା ଆସନ କୋରାପୁଟ, ନବରଂଗପୁର, ବ୍ରହ୍ମପୁର ଏବଂ କଳାହାଣ୍ଡି ଲୋକସଭା ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଆଜି ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ, ଆସମ, ବିହାର, ଛତିଶଗଡ, ଜାମ୍ମୁ ଏବଂ କାଶ୍ମୀର, ମହାରାଷ୍ଟ୍ର, ମଣିପୁର, ମେଘାଲୟ, ମିଜୋରମ, ନାଗଲାଣ୍ଡ,  ସିକିମ, ତେଲେଙ୍ଗାନା, ତ୍ରିପୁରା, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଶ୍ଚିମବଙ୍ଗ, ଆଣ୍ଡାମାନ ଓ ନିକୋବର ଦୀପପୁଂଜ ଏବଂ ଲାକ୍ଷାଦୀପରେ ମତଦାନ ଗ୍ରହଣ ହୋଇଛି।

Related posts