ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୬ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୪୮୬୦ କୁ ବୃଦ୍ଧି

Published: Jul 15, 2021, 10:40 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୮୬୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୨୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ, ସୁନ୍ଦରଗଡ ଜିଲ୍ଲାରୁ ୧୦ ଜଣ ଲେଖାଏଁ, ବାଲେଶ୍ଵର ଜିଲ୍ଲାରୁ ୮ ଜଣ ଏବଂ ସମ୍ବଲପୁର ଜିଲ୍ଲାରୁ ୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଭଦ୍ରକ, ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗୀରି, କଟକ, ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡି, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୭ ହଜାର ୮୫୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୨୦ ହଜାର ୬୪୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୨ ହଜାର ୨୯୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୮୬୦ କୁ ବୃଦ୍ଧି ହୋଇଛି।

Related posts