ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫୮ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୫ ହଜାର ୧୧୬କୁ ବୃଦ୍ଧି

Published: Jul 19, 2021, 10:24 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୧୧୬ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୧୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ ଜିଲ୍ଲାରୁ ୭ ଜଣ, ଗଞ୍ଜାମ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବାଲେଶ୍ଵର, କଟକ, ପୁରୀ, ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ଅନୁଗୁଳ, ଭଦ୍ରକ, କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା ଏବଂ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୫ ହଜାର ୯୭୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୩୦ ହଜାର ୪୧୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୧ ହଜାର ୫୪୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୧୧୬ କୁ ବୃଦ୍ଧି ହୋଇଛି।

Related posts