ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୯ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୫ ହଜାର ୨୪୧ କୁ ବୃଦ୍ଧି

Published: Jul 21, 2021, 11:23 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୨୪୧ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୨୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ ଜିଲ୍ଲାରୁ ୧୦ ଜଣ, ବରଗଡ ଜିଲ୍ଲାରୁ ୭ ଜଣ, ଅନୁଗୁଳ ଜିଲ୍ଲାରୁ ୬ ଜଣ, କେନ୍ଦୁଝର ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବାଲେଶ୍ଵର ଜିଲ୍ଲାରୁ ୩ ଜଣ, ଭଦ୍ରକ, ବୌଦ୍ଧ, ଗଞ୍ଜାମ, ନୟାଗଡ, ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ,  ସୋନପୁର ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୯ ହଜାର ୯୮୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୩୫ ହଜାର ୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୯ ହଜାର ୬୮୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୨୪୧ କୁ ବୃଦ୍ଧି ହୋଇଛି।

Related posts