
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୯ ହଜାର ୯୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୫୪୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୩ ଲକ୍ଷ ୩୮ ହଜାର ୧୫୯ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୦ ହଜାର ୧୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୫ ଲକ୍ଷ ୩ ହଜାର ୧୬୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୮ ହଜାର ୯୭୭ ଆକ୍ଟିଭ୍ କେସ୍ ରହିଛି।