ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୭ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୫ ହଜାର ୫୧୨ କୁ ବୃଦ୍ଧି

Published: Jul 25, 2021, 11:11 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୫୧୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୨୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, କେନ୍ଦୁଝର  ଜିଲ୍ଲାରୁ ୧୦ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬ ଜଣ ଏବଂ ପୁରୀ ଜିଲ୍ଲାରୁ ୫ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଗଞ୍ଜାମ, ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ, ଦେବଗଡ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, କନ୍ଧମାଳ, କେନ୍ଦ୍ରାପଡା, ମାଲକାନଗିରି ଓ ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୭ ହଜାର ୫୪୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୪୩ ହଜାର ୬୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୮ ହଜାର ୯୧୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୫୧୨ କୁ ବୃଦ୍ଧି ହୋଇଛି।

Related posts