ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୨ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୫ ହଜାର ୫୭୪ କୁ ବୃଦ୍ଧି

Published: Jul 26, 2021, 10:45 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୫୭୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୪୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ ଜିଲ୍ଲାରୁ ୧୦ ଜଣ ଏବଂ କେନ୍ଦୁଝର ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଯାଜପୁର ଜିଲ୍ଲାରୁ ୨ ଜଣ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୯ ହଜାର ୧୮୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୪୫ ହଜାର ୧୭୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୮ ହଜାର ୩୮୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୫୭୪ କୁ ବୃଦ୍ଧି ହୋଇଛି।

Related posts