
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୯ ହଜାର ୬୮୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪୧୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୪ ଲକ୍ଷ ୪୭ ହଜାର ୫୫୮ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୧ ହଜାର ୩୮୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୬ ଲକ୍ଷ ୨୧ ହଜାର ୪୬୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୯୮ ହଜାର ୧୦୦ ଆକ୍ଟିଭ୍ କେସ୍ ରହିଛି।