ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୦ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୫ ହଜାର ୬୩୪ କୁ ବୃଦ୍ଧି

Published: Jul 27, 2021, 12:13 pm IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୦ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୬୩୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୧୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୮ ଜଣ, ଅନୁଗୁଳ, କଟକ ଜିଲ୍ଲାରୁ ୬ ଜଣ ଲେଖାଏଁ, କେନ୍ଦୁଝର, ପୁରୀ ଜିଲ୍ଲାରୁ ୫ ଜଣ ଲେଖାଏଁ, ବୌଦ୍ଧ, ସମ୍ବଲପୁର ଜିଲ୍ଲାରୁ ୪ ଜଣ ଲେଖାଏଁ,  ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଭଦ୍ରକ ଜିଲ୍ଲାରୁ ୨ ଜଣ, ଯାଜପୁର, ଝାରସୁଗୁଡା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ନୟାଗଡ,  ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୦ ହଜାର ୮୧୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୪୭ ହଜାର ୩୮୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୭ ହଜାର ୭୪୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୬୩୪ କୁ ବୃଦ୍ଧି ହୋଇଛି।

Related posts