ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୯ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୫ ହଜାର ୭୦୩ କୁ ବୃଦ୍ଧି

Published: Jul 28, 2021, 11:11 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୭୦୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ ଜିଲ୍ଲାରୁ ୧୦ ଜଣ, ଅନୁଗୁଳ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୫ ଜଣ, ବରଗଡ, ପୁରୀ, ସମ୍ବଲପୁର ଜିଲ୍ଲାରୁ ୪ ଜଣ ଲେଖାଏଁ, କନ୍ଧମାଳ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବଲାଙ୍ଗୀରି ଜିଲ୍ଲାରୁ ୨ ଜଣ, ଭଦ୍ରକ, କଟକ, ଜଗତସିଂହପୁର, ମାଳାକାନଗିରି, ନୟାଗଡ, ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୨ ହଜାର ୫୧୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୪୯ ହଜାର ୩୫୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୭ ହଜାର ୪୧୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୭୦୩ କୁ ବୃଦ୍ଧି ହୋଇଛି।

Related posts