ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ପ୍ରବଳରୁ ଅତି ପ୍ରବଳ ବର୍ଷା!: ୧୫ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Published: Jul 28, 2021, 11:24 am IST

ଭୁବନେଶ୍ବର: ବଙ୍ଗୋପସାଗର ଏବଂ ତାହାର ଆଖପାଖ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟାରେ ଏହି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଉତ୍ତର-ବଙ୍ଗୋପସାଗର ତଥା ସଂଲଗ୍ନ ବଙ୍ଗଳାଦେଶ ଅଞ୍ଚଳରେ ଏକ ସଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସହ ଆଗଣି ୩ ରୁ ୪ ଦିନ ମଧ୍ୟରେ ପଶ୍ଚିମ ଦିଗରେ ଗତିକରି ପଶ୍ଚିମବଙ୍ଗ, ଝାଡଖଣ୍ଡ ଏବଂ ବିହାର ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି।

ଏହି ଲଘୁଚାପ ପ୍ରଭାବରେ ଆଗାମୀ ୩୦ ଜୁଲାଇ ଯାଏଁ ଓଡିଶାର ଅନେକ ଜିଲ୍ଲାରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ସହିତ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସମ୍ଭାବିତ ବର୍ଷା ପ୍ରଭାବରେ ଖାଲୁଆ ଜମିଗୁଡିକରେ ସାମୟିକ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାସହିତ ଏହି ଅଞ୍ଚଳରେ ବର୍ଷା ଜଳ ଜମିବା ସହିତ ଯାତାୟାତରେ ବାଧା ସୃଷ୍ଟି ହୋଇପାରେ।

ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ପୁରୀ, ଖୋର୍ଦ୍ଧା ଏବଂ ସମ୍ବଲପୁର ଜିଲ୍ଲାକୁ ମଧ୍ୟ ସତର୍କ କରାଯାଇଛି। ଏହି ଜିଲ୍ଲାଗୁଡିକରେ ଆଜି ଠାରୁ ଆସନ୍ତାକାଲି (୨୯ ଜୁଲାଇ) ସକାଳ ୮ ଟା ୩୦ ଯାଏଁ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।

Related posts