ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୫ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୫ ହଜାର ୭୬୮ କୁ ବୃଦ୍ଧି

Published: Jul 29, 2021, 11:02 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୭୬୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ ଜିଲ୍ଲାରୁ ୭ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬ ଜଣ, ଝାରସୁଗୁଡା, ସମ୍ବଲପୁର ଜିଲ୍ଲାରୁ ୫ ଜଣ ଲେଖାଏଁ, ଅନୁଗୁଳ, ବଲାଙ୍ଗୀରି, କଟକ, ଗଞ୍ଜାମ, ଯାଜପୁର, ପୁରୀ  ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଭଦ୍ରକ, ଗଜପତି, ଜଗତସିଂହପୁର, କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ଵର, ଢେଙ୍କାନାଳ, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ ଓ ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୪ ହଜାର ୧୩୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୫୧ ହଜାର ୪୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୭ ହଜାର ୨୬୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୭୩୮ କୁ ବୃଦ୍ଧି ହୋଇଛି।

Related posts