ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୮ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୫ ହଜାର ୯୦୨ କୁ ବୃଦ୍ଧି

Published: Jul 31, 2021, 11:14 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୯୦୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଅନୁଗୁଳ ଜିଲ୍ଲାରୁ ୮ ଜଣ ସର୍ବାଧିକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାରୁ ୭ ଜଣ ଲେଖାଏଁ, ବାଲେଶ୍ଵର, ପୁରୀ ଜିଲ୍ଲାରୁ ୫ ଜଣ ଲେଖାଏଁ, କଟକ, ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ ଲେଖାଏଁ, ବରଗଡ, ବଲାଙ୍ଗୀରି, କେନ୍ଦ୍ରାପଡା, କେନ୍ଦୁଝର, ନୟାଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଭଦ୍ରକ, ଜଗତସିଂହପୁରା, କଳାହାଣ୍ଡି, ନବରଙ୍ଗପୁର, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୭ ହଜାର ୨୬୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୫୪ ହଜାର ୯୨୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୬ ହଜାର ୩୮୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୯୦୨ କୁ ବୃଦ୍ଧି ହୋଇଛି।

Related posts