ଆଜି ସନ୍ଧ୍ୟାରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ: ଏହି ଓ୍ଵେବସାଇଟ୍ ରେ ଦେଖିବେ ରେଜଲ୍ଟ

Published: Jul 31, 2021, 11:32 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ଗତକାଲି ସିବିଏସଇର ଦ୍ଵାଦଶ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଆଜି ସନ୍ଧ୍ୟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇବ।  ଛାତ୍ରଛାତ୍ରୀମାନେ orissaresults.nic.in ଓ୍ଵେବସାଇଟ୍ ରେ ନିଜର ପରୀକ୍ଷା ଫଳ ଦେଖିପାରିବେ। ପରୀକ୍ଷା ଫଳରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀମାନେ କରୋନା ସ୍ଥିତି ସୁଧୁରିଲାପରେ ଅଫଲାଇନରେ ପରୀକ୍ଷା ଦେଇପାରିବେ। ଏନେଇ ଉଚ୍ଚ ମାଧ୍ୟମିକ ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ କରାଯାଇଥିଲା।

ତେବେ କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ଫଳ ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି।

Related posts